ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ପିପିଲି (କେନ୍ୟୁଜ) : ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ଆସନ୍ତା ୧୭ ତାରିଖରେ ପିପିଲି ଉପନିର୍ବାଚନ ହେବ । ୩୦ରେ ନାମାଙ୍କନ ଦାଖଲର ଶେଷ ଦିନ। ମାର୍ଚ୍ଚ ୩୧ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଏପ୍ରିଲ ୩। ମେ ୨ ତାରିଖରେ ଭୋଟ ଗଣତି ହେବ। ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ଖାଲି ପଡିଛି।

You might also like