ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି
ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କମିଟି ଗଠନ କରିଛନ୍ତି । ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି ।
ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କମିଟି ଗଠନ କରିଛନ୍ତି । ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି । ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ କମିଟିର ଅଧ୍ଯକ୍ଷ ରହିବେ । ସେହିପରି ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ।
ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡ. ବିଧୁଭୂଷଣ ସାମଲ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବ ଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ସେବକ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର, ଜଗନ୍ନାଥ କର ସଦସ୍ୟ ରହିବେ । ସେହିପରି ଭଣ୍ଡାର ମେକାପ ସେବାୟତ ଗଣେଶ ମେକାପ ଏବଂ ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ. ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ ।
ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ ପରେ ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ କଳିଙ୍ଗ ଟିଭିକୁ ପ୍ରତିକ୍ରିୟାରେ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କାମ ତାଙ୍କ ନିର୍ଦ୍ଦେଶରେ ହୁଏ । ବଡ଼ ଠାକୁରଙ୍କ କାମ କରିବା ଭାଗ୍ୟର କଥା। ୮ରେ ଓଡ଼ିଶା ଆସୁଛି, ୯ରେ ଦର୍ଶନ ପାଇଁ ପୁରୀ ଯିବି । ସେହିଦିନ ହିଁ ସଦସ୍ୟମାନଙ୍କ ସହ ଆଲୋଚନା ହୋଇଯିବ ।