ସମ୍ଭାବ୍ୟ ବାତ୍ୟାର ମୁକବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର: ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ସବୁ ବ୍ଯବସ୍ଥା କରିବାକୁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ): ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ମଧ୍ୟ ମୁକବିଲା ପାଇଁ ରାଜ୍ୟ ସରକାର ପୁରା ପ୍ରସ୍ତୁତ । ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC । ବିପଦ ଆଶଙ୍କା ଥିବା ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦସ୍ଥାନ ବା ବାତ୍ୟା ଆଶ୍ରୟସ୍ଥଳକୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କଚ୍ଚା ଘର, ତଳି ଅଞ୍ଚଳ, ସମୁଦ୍ର କୂଳିଆ ଅଞ୍ଚଳର ଲୋକଙ୍କ ସମେତ ବୃଦ୍ଧବୃଦ୍ଧା , ମହିଳା ଓ ଶିଶୁଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଚିଠିରେ ଉଲ୍ଲେଖ ରହିଛି। ପାନୀୟ ଜଳ ଯୋଗାଣ, ଶୌଚାଳୟ, ଜେନେରେଟର, ଟାୱାର ଲାଇଟ୍‌ ମେକାନିକାଲ କଟରର ବ୍ୟବସ୍ଥା କରିବେ। ଏହା ସହିତ ବିକଳ୍ପ ବିଦ୍ୟୁତ୍‌ ସରବରାହ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏ ସବୁ କାମ ୬ ତାରିଖ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.