ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ କେନ୍ଦ୍ର ନିକଟରେ ରାଜ୍ୟ ସରକାରଙ୍କ ଦାବି

ଭୁବନେଶ୍ବର: ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି ଜଣାଇଛନ୍ତି। ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍‌ ଚାପ ପଡିବ। ସାର୍ବଜନୀନ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ବିଶେଷ ସହାୟକ ହେବ।

ଏହାସହ କେନ୍ଦ୍ର ସରକାର ବିଭିନ୍ନ ସେସ୍‌ ଓ ସରଚାର୍ଜ ଜରିଆରେ ଆଦାୟ କରୁଥିବା ଅତିରିକ୍ତ ସମ୍ବଳକୁ ରାଜ୍ୟଗୁଡିକ ମଧ୍ୟରେ ବଣ୍ଟନ କରିବା ଆବଶ୍ୟକତା ରହିଛି। ଏହା କୋଭିଡ୍‌ ଲଢେଇରେ ରାଜ୍ୟମାନଙ୍କ ଆର୍ଥିକ ସ୍ଥିତିକୁ ମଜବୁତ କରି ଶକ୍ତି ଯୋଗାଇବ ବୋଲି କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.