ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୨୮ ଜଣଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ବର:  ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ‌ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  । ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଥିବା ବେଳେ ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି । ଲିଲି କୁମାରୀ କୁଲୁ ରାଜସ୍ବ ବିଭାଗର ଯୁଗ୍ମ ସଚିବ ଓ ଆରାଧନା ଦାସଙ୍କୁ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି । ଶ୍ରୀକାନ୍ତ ତରାଇ ବିଏସ୍‌ଇ ସଭାପତି ବଜାୟ ରଖିଛନ୍ତି। ସେହିପରି ସ୍କୁଲ ଓ ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଗିରିଶ ଚନ୍ଦ୍ର ସିଂଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି ।