ରାଜ୍ୟ

କଥାଦେଇ କଥା ରଖିଲେ ରାଜ୍ୟ ସରକାର, କୋଭିଡ ଡ୍ୟୁଟିରେ ମୃତ୍ୟୁ ବରଣ କରିଥିବା ହୋମଗାର୍ଡ ପରିବାରକୁ ଦେଲେ ୫୦ ଲକ୍ଷ ଟଙ୍କା

ବ୍ରହ୍ମପୁର(କେନ୍ୟୁଜ୍):  କରୋନା ସମୟରେ ସଙ୍ଗରୋଧ କେନ୍ଦ୍ରରେ ଡ୍ଯୁଟି କରି ମୃତ୍ୟୁ ବରଣ କରିଥିବା ହୋମଗାର୍ଡ ପରିବାରକୁ ମୁଖ୍ଯମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚାଶ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଯାହା ଫଳରେ ସମ୍ପୃକ୍ତ ପରିବାର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗଞ୍ଜାମ ଜିଲ୍ଲାପାଳ ଏବଂ ପୋଲିସ ବିଭାଗକୁ କୃତଜ୍ଞତା ଜଣାଇଛନ୍ତି।  ଦିଗପହଣ୍ଡି ଥାନାରେ ଗୋକର୍ଣ୍ଣପୁର ଗାଁର ଆର.ନରସିଂହ ଦାଶ ହୋମ ଗାର୍ଡ ରୂପେ କାମ କରିଥିଲେ। କରୋନା ସମୟରେ ସିଦ୍ଧେଶ୍ବର ସଙ୍ଗରୋଧ କେନ୍ଦ୍ରରେ ଡ୍ଯୁଟି ପଡିଥିଲା।

ଠିକରେ କାମ କରୁଥିବା ବେଳେ ୨୦୨୦ ଜୁଲାଇ ମାସ ୨୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ୨୨ ତାରିଖରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।  ସେହି ସମୟରେ ଜିଲ୍ଲା ପ୍ରଶାସନ ଓ ପୋଲିସ ବିଭାଗ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ଏହାପରେ ମୁଖ୍ଯମନ୍ତ୍ରୀ ରିଲିଫ ପାଣ୍ଠିରୁ ଟଙ୍କା ମଞ୍ଜୁର ହେବା ପରେ ନରସିଂହଙ୍କ ପତ୍ନୀଙ୍କୁ ବୁଧବାର ବ୍ରହ୍ମପୁର ଏସ ପି ଶ୍ରବଣ ବିବେକ ଏମ ଚେକ ପ୍ରଦାନ କରିଛନ୍ତି। ଏହି ସମୟରେ ତାଙ୍କ ପୁତ୍ର ଉପସ୍ଥିତ ଥିଲେ।

 

 

KNews Bureau

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

10 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

39 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

58 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago