ବୃଦ୍ଧି ହେଲା ହରିଶ୍ଚନ୍ଦ୍ର ସହାୟତା ରାଶି

ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମାଞ୍ଚଳ ପାଇଁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ଦୁଇ ହଜାରରୁ ତିନି ହଜାର ଟଙ୍କା ଓ ସହରାଞ୍ଚଳ ଏବଂ ପୁରୀ ସ୍ୱର୍ଗଦ୍ଵାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

 ଭୁବନେଶ୍ୱର(କେନ୍ୟୁଜ୍‌) :  ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମାଞ୍ଚଳ ପାଇଁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ଦୁଇ ହଜାରରୁ ତିନି ହଜାର ଟଙ୍କା ଓ ସହରାଞ୍ଚଳ ଏବଂ ପୁରୀ ସ୍ୱର୍ଗଦ୍ଵାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ପୂର୍ବରୁ ଏହି ଯୋଜନାରେ ଗ୍ରାମାଞ୍ଚଳ ପାଇଁ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳ ପାଇଁ ୩ ହଜାର ଟଙ୍କା ସହାୟତା ମିଳୁଥିଲା । ପ୍ରତି ପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି । ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯାଉଛି । ସାରା ରାଜ୍ୟର ସବୁ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ ୧୦ କୋଟି ୧୯ ଲକ୍ଷ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି ।

ଏହି ନୂତନ ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଗ୍ରାମ ପଞ୍ଚାୟତ ଏକ୍ସଟେନସନ୍‌ ଅଫିସର କିମ୍ବା ଅନ୍ୟ କୌଣସି ବ୍ଲକସ୍ତରୀୟ ଏକ୍ସଟେନସନ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ବର୍ଦ୍ଧିତ ସହାୟତା ପାଇଁ ଯୋଜନାର ସଫ୍ଟୱାରରେ ଆବଶ୍ୟକ ପରିବର୍ତ୍ତନ ସହ ଜିଲ୍ଲା ୱାରୀ ପଞ୍ଚାୟତ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇସାରିଛି । ଗରିବ ଲୋକମାନେ ଯେପରି ପ୍ରିୟଜନଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ଯୋଜନା ଲାଗୁ କରିଛନ୍ତି ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.