Below header

କାର୍ଯ୍ୟବନ୍ଦ ଆନ୍ଦୋଳନ କରିପାରିବେନି ଅଗ୍ନିଶମ ବାହିନୀ, ୬ମାସ ପାଇଁ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ସରକାର

ରାଜ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ପାଇଁ ଲାଗୁ ହେଲା ଏସମା । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଆଗ୍ନିକମାନେ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଥିଲେ । ଆଜିଠାରୁ ୬ ମାସ ଯାଏ ଏସମା ଲାଗୁ ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ପାଇଁ ଲାଗୁ ହେଲା ଏସମା । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଆଗ୍ନିକମାନେ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଥିଲେ । ଆଜିଠାରୁ ୬ ମାସ ଯାଏ ଏସମା ଲାଗୁ ହୋଇଛି । ରାଜ୍ୟବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ସୂଚନା ଅନୁଯାୟୀ ସମଗ୍ର ରାଜ୍ୟବ୍ୟାପୀ ଅଗ୍ନିଶମ କର୍ମଚାରୀ ଆଜି ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଥିଲେ । ପୋଲିସ ସହ ସମାନ ଦରମା ଏବଂ ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀଙ୍କ ସଂଘର ପଞ୍ଜିକରଣ ଦାବିରେ ପୁରୀ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.