ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ୨୦୧୮ରୁ ଓଡ଼ିଶା ସରକାର ଉଭୟ ଭାରତୀୟ ପୁରୁଷ ଓ ମହିଳା ଟିମର ପ୍ରାୟୋଜକ ରହିଆସିଛନ୍ତି । ୨୦୩୩ ଯାଏ ରାଜ୍ୟ ସରକାର ହକି ଇଣ୍ଡିଆର ସ୍ପନସ୍ପରସିପକୁ ବଢ଼ାଇବାକୁ ୨୦୨୩ରେ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିଲା। ଏବେ ଏହାକୁ ଆଉ ୩ ବର୍ଷ ବଢାଇବା ସହ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।

ହକି ପ୍ରତି ଓଡ଼ିଶାର ଲୋକଙ୍କ ଭଲ ପାଇବାକୁ ଆଗକୁ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି । ଏଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆ କୁ sponsorship ଅବଧିକୁ ୨୦୩୩ ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଜି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ସେକ୍ରେଟାରୀ ଜେନେରାଲ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଏହି ସମୟରେ କ୍ରୀଡ଼ା ମନ୍ତ୍ରୀ, ମୁଖ୍ୟ ସଚିବ, କ୍ରୀଡା ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।

You might also like