Below header

ବାତ୍ୟା ଫନି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି, ସବୁ ଜିଲ୍ଲା ସିଡିଏମ୍‌ଓଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍) : ବାତ୍ୟା ଫନି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ସବୁ ଜିଲ୍ଲା ସିଡିଏମ୍‌ଓଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବ୍ଲକ ସ୍ତରରେ ଔଷଧ ଓ ଆମ୍ବୁଲାନ୍ସ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପ୍ରଭାବିତ ଜିଲ୍ଲାରେ ସବୁ ମେଡିକାଲ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଏହା ସହ ରାଜ୍ୟ ସ୍ୱାସ୍ଥ୍ୟ କଣ୍ଟୋଲ ରୁମ୍‌କୁ ପ୍ରତିଦିନ ବାତ୍ୟା ନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.