ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ : ଆଗକୁ ଆହୁରି ହନ୍ତସନ୍ତ କରିବ ତାତି

ସାରା ରାଜ୍ୟରେ ଉପରମୁହାଁ ତାତି। ୪୦ ଟପିବ ତାପମାତ୍ରା !। ଗତକାଲି ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଟପିଥିଲା । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ପହଞ୍ଚିଥିଲା ।

ଭୁବନେଶ୍ୱର (କେନ୍ୟୁଜ): ସାରା ରାଜ୍ୟରେ ଉପରମୁହାଁ ତାତି। ୪୦ ଟପିବ ତାପମାତ୍ରା !। ଗତକାଲି ରାଜ୍ୟର ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଟପିଥିଲା । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ପହଞ୍ଚିଥିଲା । ଆଜି ମଧ୍ୟ ସମାନ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିବ । ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.