Below header

ଝାରପଡ଼ା ଜେଲ୍‌ରୁ ବାହାରିଲେ ଉଦ୍ୟାନ କୃଷି ବିଭାଗର ନିଲମ୍ବିତ ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ

ଜାମିନରେ ଝାରପଡ଼ା ଜେଲ୍‌ରୁ ବାହାରିଲେ, ଉଦ୍ୟାନ କୃଷି ବିଭାଗର ନିଲମ୍ବିତ ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ। ଗତକାଲି ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା। ଜେଲ୍‌ରୁ ବାହାରିବା ପରେ ସେ କହିଛନ୍ତି, ମାମଲା ବିଚାରାଧିନ ଅଛି। ନ୍ୟାୟାଳୟ ଯାହା ନିଷ୍ପତ୍ତି ନେବେ ତାକୁ ସେ ମାନିବେ। ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବିଜୟ କେତନ ଉପାଧ୍ୟାୟଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରାଯାଇଥିଲା । ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଥିଲେ । ଏହାପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବିଜୟ କେତନ ଉପାଧ୍ୟାୟ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.