ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି, ମିଳିଲା ନିୟମିତ ଜାମିନ

ଖୋର୍ଦ୍ଧା (କେନ୍ୟୁଜ): ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିୟମିତ ଜାମିନ । ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି । ପ୍ରଶାନ୍ତଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ତେବେ ଜାମିନ ନେଇ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ।

ସୂଚନା ଅନୁସାରେ ପୂର୍ବରୁ ନୂଆ ସରକାରର ଶପଥ ସମାରୋହରେ ଯୋଗ ଦେବା ପାଇଁ ତାଙ୍କୁ ୩ ଦିନ ଅନ୍ତରୀଣ ଜାମିନ ମିଳିଥିଲା । ଖୋର୍ଦ୍ଧା ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଥିଲା । ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାର ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ମେ୨୫ରେ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଏନେଇ ଗତ ମେ’ ୨୫ ତାରିଖ ବିଳମ୍ବିତ ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା । କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଖୋର୍ଦ୍ଧା ଜେଲ୍‌କୁ ପଠାଇ ଦିଆଯାଇଥିଲା ।

 

 

Leave A Reply

Your email address will not be published.