ରାଜ୍ୟ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ତ୍ରୁଟିପୂର୍ଣ୍ଣ ପ୍ରଶ୍ନ ପ୍ରସ୍ତୁତକାରୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

କେନ୍ୟୁଜ୍‌: ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ତ୍ରୁଟିପୂର୍ଣ୍ଣ ପ୍ରଶ୍ନ ପ୍ରସ୍ତୁତକାରୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କମ୍ପିଟେଟିଭ ପରୀକ୍ଷା କରାଉଥିବା ବୋର୍ଡ ଏଭଳି ଆଖିଦୃଶିଆ କାର୍ଯନୁଷ୍ଠାନ ଗ୍ରହଣ କରି ବୋର୍ଡର ଗାରିମା ରକ୍ଷା କରିବା ସହ ପ୍ରାର୍ଥୀଙ୍କ ମୂଲ୍ୟାୟନ କ୍ଷେତ୍ରରେ ଜିରୋ ଟଲେରାନ୍ସ ପନ୍ଥା ଆପଣେଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଷ୍ଟେଟ ସିଲେକ୍ସନ ବୋର୍ଡ (ଏସଏସବି) ଦ୍ୱାରା ପରିଚାଳିତ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଇତିହାସ ଅଧ୍ୟାପକ ନିଯୁକ୍ତି ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ସାନି ପରୀକ୍ଷା କରିବାକୁ ଓଡ଼ିଶା ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠଙ୍କ ରାୟକୁ ଜଷ୍ଟିସ୍ ସଞ୍ଜୁ ପଣ୍ଡା ଏବଂ ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ରଦ୍ଦ କରିଛନ୍ତି l

ସୂଚନା ଅନୁସାରେ ଇତିହାସ ଅଧ୍ୟାପକ ନିଯୁକ୍ତି ପାଇଁ ଲିଖିତ ପରୀକ୍ଷାରେ ୧୬୫ ପ୍ରଶ୍ନରୁ ୧୧ଟି ପ୍ରଶ୍ନରେ ତ୍ରୁଟି ଥିଲା । ତ୍ରୁଟିପୂର୍ଣ୍ଣ ପ୍ରଶ୍ନ ପାଇଁ ସମସ୍ତ ପରୀକ୍ଷାର୍ଥୀଙ୍କୁ ଗ୍ରେସ୍ ମାର୍କ ମିଳିଥିଲା । ଗ୍ରେସ୍ ମାର୍କ ମିଳିବା ପରେ ବି ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇନଥିବା କେତେକ ଆଶାୟୀ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଦର୍ଶାଇ ଆଉ ଥରେ ଲିଖିତ ପରୀକ୍ଷା କରିବାକୁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ l ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡଙ୍ଗୀଙ୍କ ଜଣିକିଆ ଖଣ୍ଡପୀଠ ରିଟ୍ ପିଟିସନର ଶୁଣାଣି କରି ସାନି ଲିଖିତ ପରୀକ୍ଷା କରିବା ପାଇଁ ରାୟ ଦେଇଥିଲେ । ଲିଖିତ ପରୀକ୍ଷାରେ ସଫଳ ହୋଇ ସାକ୍ଷାତକାର ପରୀକ୍ଷା ଦେଇ ସାରିଥିବା ୨୩ ରୁ ଉର୍ଦ୍ଧ୍ବ ଆଶାୟୀ ଜଣିକିଆ ଖଣ୍ଡପୀଠଙ୍କ ରାୟ ବିରୋଧରେ ଓଡ଼ିଶା ହାଇକୋର୍ଟର ଦୁଇ ଜଣିଆ ଖଣ୍ଡପୀଠଙ୍କ ଦ୍ୱାରସ୍ଥ ହୋଇଥିଲେ l ଏହି ପ୍ରକ୍ରିୟାରେ ଓଡ଼ିଶା ହାଇକୋର୍ଟରେ ୫ଟି ରିଟ୍ ଅପିଲ୍ ହୋଇଥିଲା l

ଉଲ୍ଲେଖଯୋଗ୍ୟ ଯେ ୨୦୧୮ରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଏସଏସବି ପକ୍ଷରୁ ୮୩୩ ଅଧ୍ୟାପକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏଥି ମଧ୍ୟରେ ୮୧ଟି ଇତିହାସ ଅଧ୍ୟାପକ ପଦ ଥିଲା । ଏଥିରେ ଲିଖିତ ପରୀକ୍ଷା ମାର୍କ ୧୬୫, କ୍ୟାରିଅର ମାର୍କ ୨୫ ଓ ସାକ୍ଷାତକାର ମାର୍କ ୧୦, ମୋଟରେ ୩ଟି ବର୍ଗରେ ୨୦୦ ଅଙ୍କକୁ ଆଧାର କରି ନିଯୁକ୍ତି ପ୍ରଦାନ କରାଯିବାର ଥିଲା । ଏଥି ନିମନ୍ତେ ୨୦୧୯ ମାର୍ଚ୍ଚ ୧୦ରେ ଲିଖିତ ପରୀକ୍ଷା ହୋଇଥିଲା । ବିଶେଷଜ୍ଞ କମିଟିର ରିପୋର୍ଟ ଆଧାରରେ ଇତିହାସ ଅଧ୍ୟାପକ ପରୀକ୍ଷା ଦେଇଥିବା ସମସ୍ତ ଆଶାୟୀଙ୍କୁ ଏସଏସବି ୧୧ ଗ୍ରେସ ମାର୍କ ଦେବା ସହ ସଂଶୋଧିତ ଉତର ଆଧାରରେ ମୂଲ୍ୟାୟନ କରିଥିଲା । ସେହି ଯୋଗ୍ୟ ତାଲିକାରେ ଥିବା ପ୍ରାର୍ଥୀଙ୍କୁ ଅଧ୍ୟାପକ ନିଯୁକ୍ତି ଦେବାକୁ ଷ୍ଟେଟ ସିଲେକ୍ସନ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

1 hour ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

2 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

3 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

4 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

4 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

5 hours ago