କଡ଼ା ହେଲା କଟକଣା: ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର: ଆଜିଠାରୁ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ। ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଥିଲା। ସମୟ ଥିଲା ରାତି ୧୦ରୁ ସକାଳ ୫ ଥିଲା।
କିନ୍ତୁ ଆଜିଠାରୁ ସେହି ୧୦ ଜିଲ୍ଲାରେ ସଂଧ୍ୟା ୬ରୁ ସକାଳ ୫ ଯାଏ କର୍ଫ୍ୟୁ ରହିବ। ରାଜ୍ୟର ଅନ୍ୟ ୨୦ ଜିଲ୍ଲାର ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଲାଗିବ। ସେଠାରେ ରାତି ୯ରୁ ସକାଳ ୫ ଯାଏ କର୍ଫ୍ୟୁ ରହିବ।