ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା, ରବିବାର ଯାଏ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ଫେରିଲା ଶୀତ । ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା । ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ପ୍ରବଳ ଶୀତ । ଓଡ଼ିଶା ଭିତରକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ଆଉ ଦୁଇ ଦିନ ଯାଏ ଅଧିକାଂଶ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍‌ ଯାଏ ହ୍ରାସ ପାଇବା ସମ୍ଭାବନା ରହିଛି । ତେଣୁ ଶୀତ ବଢ଼ିବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରବିବାର ଯାଏ କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାକୁ ଶୀତ ଲହରି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଶୀତ ଲହରି ଅନୁଭୂତ ହେବ । ପାହାଡ଼ିଆ ଅଞ୍ଚଳରେ ୧୦ଡିଗ୍ରୀରୁ କମ୍‌ ରେକର୍ଡ ହେବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୩୧ ତାରିଖ ଯାଏଁ ରହିବ ଶୀତର ପ୍ରଭାବ । ଫେବ୍ରୁଆରୀ ପହିଲାରୁ ପାଗରେ ପରିବର୍ତ୍ତନ ସହ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.