ରାଜ୍ୟ

ଛତିଶଗଡ଼ରେ ଓଡ଼ିଶାର ଶ୍ରମିକ ବସ୍‌ ଦୁର୍ଘଟଣା: ୮ମୃତ, ୨୦ଗୁରୁତର

ଛତିଶଗଡ଼: ଛତିଶଗଡ଼ରେ ଓଡ଼ିଶାର ଶ୍ରମିକ ବସ୍‌ ଦୁର୍ଘଟଣା । ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟ ଯାଉଥିଲା ବସ୍‌ । ଛେରି ଖେଡି ରୋଡ୍‌ରେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ମୃତକଙ୍କ ମଧ୍ୟରେ ବସ୍‌ ଡ୍ରାଇଭର ମଧ୍ୟ ଅଛନ୍ତି । କ୍ୟାବିନ୍‌ ଭିତରେ ଚାପି ହୋଇ ରହିଥିବା ବେଳେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ବସ୍‌ରେ ମୋଟ୍‌ ୫୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି ।

ଏନେଇ ଖବର ପାଇବା ପରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହିତ ଆହତଙ୍କୁ ସମସ୍ତ ଚିକିତ୍ସା ମାଗରେ ଯୋଗାଇ ଦେବାକୁ କହିଛନ୍ତି । ତୁରନ୍ତ ଘଟଣାସ୍ଥଳରେ ପହଁଚିବାକୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ନିର୍ଦ୍ଦେଶ ଦେବା ସହ ଛତିଶଗଡ ଡିଜିଙ୍କ ସହିତ ସମ୍ପର୍କରେ ରହିବାକୁ ଡିଜିପି ଅଭୟଙ୍କୁ ମଧ୍ଯ ନିର୍ଦ୍ଦେଶ ଦେଇଛନ୍ତି ।

Sonalisa

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

30 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

41 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

54 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

57 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago