Below header

କାଲିଠୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର(କେନ୍ୟୁଜ୍‌) : ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେସନ । ଏଥିପାଇଁ ଚାଲିଛି ଜୋରଦାର୍‌ ପ୍ରସ୍ତୁତି ।ଏହା ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ଡିଜି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଅଫିସର ମୁତୟନ ହେବେ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥା କରାଯାଇଛି।

ବିଧାନସଭା ଭିତରେ ଓ ବାହାରେ ଏବଂ ସଂପୂର୍ଣ୍ଣ ସ୍ଥାନକୁ ସିଲ୍ କରାଯିବ। କୋଭିଡ୍ କଟକଣାରେ ସେପ୍ଟେମ୍ବର ୧ରୁ ୯ ତାରିଖ ଯାଏ ଚାଲିବ ଅଧିବେଶନ । ଚଳିତ ଅଧିବେଶନରେ ରହିବ ୮ଟି କାର୍ଯ୍ୟ ଦିବସ । ଏଥର ସରଗରମ ରହିବ ଗୃହ। ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ପାଖେରେ ରହିଛି ପୁଳା ପୁଳା ପ୍ରସଙ୍ଗ।

ଆଗାମୀ ପଞ୍ଚାୟତ ନିର୍ବାଚନ ନେଇ ମୌସୁମୀ ଅଧିବେଶନରେ କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍ ଗୃହରେ ଆସିପାରେ । ଏହାପୂର୍ବରୁ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ବିଧାନସଭାରେ ଦଳର ରଣନୀତି ଉପରେ ଆଲୋଚନା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.