Below header

୨୫ ଓ ୨୬ ତାରିଖ ରାଜ୍ୟରେ ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ । ଜୁନରୁ ଆଜି ସୁଦ୍ଧା ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ୍ ବର୍ଷା ହୋଇଛି । ୨୭ ଜିଲ୍ଲାରେ ହୋଇଛି ନିଅଣ୍ଟିଆ ବର୍ଷା । ଏଭଳି ସ୍ଥିତିରେ ଆଗକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୫ ତାରିଖରୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

୨୫ ତାରିଖ ପାଇଁ ୧୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ।

ସେହିପରି ୨୬ ତାରିଖ ପାଇଁ ୧୨ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ । ଆଗାମୀ ତିନି ଦିନ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.