Below header

ଦିଲ୍ଲୀରେ ‘ଓଡ଼ିଶା ପର୍ବ-୨୦୨୩’ ଉଦ୍‌ଘାଟିତ, ରାଜଧାନୀରେ ଓଡ଼ିଶାର କଳା ସଂସ୍କୃତି ପ୍ରଦର୍ଶିତ ହେବା ଖୁସିର ବିଷୟ: ଧର୍ମେନ୍ଦ୍ର ପ୍ରଧାନ

ଏହି ସମାରୋହରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ, କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ କିରଣ ରିଜିଜୁଙ୍କ ସହ ଯୋଗ ଦେଇଥିଲେ । ଶ୍ରୀ ପ୍ରଧାନ ଦୁଇ ମନ୍ତ୍ରୀଙ୍କୁ ଛେନାପୋଡ ଓ ରସଗୋଲା, ମୁଢି ମାଂସ ଓ ଆଳିସା ପିଠା ଖୁଆଇବା ସହ ଓଡ଼ିଶାର କଳା, ହସ୍ତତନ୍ତ, ବୟନଶିଳ୍ପ ସାମଗ୍ରୀ ପ୍ରସ୍ତୁତି ଉପରେ ବୁଝାଇଥିଲେ ।

(କେନ୍ୟୁଜ): ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ଆୟୋଜିତ ଓଡ଼ିଶା ପର୍ବ-୨୦୨୩ ଉଦ୍‌ଘାଟିତ । ଉଦଘାଟନ ସମାରୋହରେ ଯୋଗ ଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ରାଷ୍ଟ୍ରୀୟ ରାଜଧାନୀରେ ଓଡ଼ିଶାର କଳା ସଂସ୍କୃତି ପ୍ରଦର୍ଶିତ ହେବା ଖୁସିର ବିଷୟ । କୋଭିଡ ମହାମାରୀ ପାଇଁ ୩ ବର୍ଷର ବ୍ୟବଧାନ ପରେ ଆୟୋଜିତ ହୋଇଛି ଏହି କାର୍ଯ୍ୟକ୍ରମ।

ପୂର୍ବ ଭଳି ଏହାକୁ ଦେଖିବା ନେଇ ଲୋକ ମାନଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି ଓ ଭିଡ ମଧ୍ୟ ହେଉଛି । ଓଡ଼ିଆ ସମାଜ ଏହି ପର୍ବ ମାଧ୍ୟମରେ ଓଡ଼ିଶାର କଳା ସଂସ୍କୃତି, ଐତିହ୍ୟ, ପରମ୍ପରା, ନୃତ୍ୟ, କଳା କାରିଗରୀ, ସାହିତ୍ୟ, ଗୌରବମୟ ଇତିହାସ ଓ ସ୍ଵାଧୀନତା ସଂଗ୍ରାମର ପରାକାଷ୍ଠା ଏବଂ ପାରମ୍ପରିକ ଖାଦ୍ୟକୁ ନିଆରା ଢଙ୍ଗରେ ଉପସ୍ଥାପନ କରୁଛି । ଏଠାରେ ପିପିଲିର ଚାନ୍ଦୁଆ, ରଘୁରାଜପୁରର ପଟ୍ଟଚିତ୍ରକୁ ଜାଣିବା ସହ ମୟୂରଭଞ୍ଜର ପ୍ରସିଦ୍ଧ ମୁଢିମାଂସକୁ ଖାଇ ରାଜଧାନୀବାସୀ ଆନନ୍ଦ ନେଉଛନ୍ତି ।

ଶ୍ରୀ ପ୍ରଧାନ ଏହି ପର୍ବର ଆୟୋଜକ ଓଡିଆ ସମାଜକୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି ଯେ ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କୋଭିଡ୍ ମହାମାରୀ କାରଣରୁ ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶା ପର୍ବ ଆୟୋଜନ ହେବା ଆନନ୍ଦର ବିଷୟ । ପୂର୍ବ ଭଳି ଏହାକୁ ଦେଖିବା ନେଇ ଲୋକ ମାନଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି ଓ ଭିଡ ମଧ୍ୟ ହେଉଛି । ଓଡ଼ିଆ ସମାଜ ଏହି ପର୍ବ ମାଧ୍ୟମରେ ଓଡ଼ିଶାର କଳା ସଂସ୍କୃତି, ଐତିହ୍ୟ, ପରମ୍ପରା, ନୃତ୍ୟ, କଳା କାରିଗରୀ, ସାହିତ୍ୟ, ଗୌରବମୟ ଇତିହାସ ଓ ସ୍ଵାଧୀନତା ସଂଗ୍ରାମର ପରାକାଷ୍ଠା ଏବଂ ପାରମ୍ପରିକ ଖାଦ୍ୟକୁ ନିଆରା ଢଙ୍ଗରେ ଉପସ୍ଥାପନ କରୁଛି । ଏଠାରେ ପିପିଲିର ଚାନ୍ଦୁଆ, ରଘୁରାଜପୁରର ପଟ୍ଟଚିତ୍ରକୁ ଜାଣିବା ସହ ମୟୂରଭଞ୍ଜର ପ୍ରସିଦ୍ଧ ମୁଢିମାଂସକୁ ଖାଇ ରାଜଧାନୀବାସୀ ଆନନ୍ଦ ନେଉଛନ୍ତି ।

ଏହି ସମାରୋହରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ, କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ କିରଣ ରିଜିଜୁଙ୍କ ସହ ଯୋଗ ଦେଇଥିଲେ । ଶ୍ରୀ ପ୍ରଧାନ ଦୁଇ ମନ୍ତ୍ରୀଙ୍କୁ ଛେନାପୋଡ ଓ ରସଗୋଲା, ମୁଢି ମାଂସ ଓ ଆଳିସା ପିଠା ଖୁଆଇବା ସହ ଓଡ଼ିଶାର କଳା, ହସ୍ତତନ୍ତ, ବୟନଶିଳ୍ପ ସାମଗ୍ରୀ ପ୍ରସ୍ତୁତି ଉପରେ ବୁଝାଇଥିଲେ ।

ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅପରାହ୍ଣରେ ଓଡିଶା ପର୍ବରେ ଯୋଗ ଦେଇଥିବା ଓଡ଼ିଆ ବନ୍ଧୁ, ଭାଇ ଭଉଣୀ ଓ ଯୁବସାଥୀ ମାନଙ୍କୁ ଭେଟିବା ସହ ବିଭିନ୍ନ ବର୍ଗରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.