ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ): ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା । ଦୁଇବର୍ଷ ପରେ ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଉଛନ୍ତି । ଏଥର ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ । ଯୁକ୍ତ ଦୁଇ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ, ବିଜ୍ଞାନରେ ୭୮ହଜାର ୭୭ଜଣ ଓ ବାଣିଜ୍ୟରେ ୨୪ହଜାର ୧୩୬ ଜଣ ପରୀକ୍ଷାର୍ଥୀ ଅଛନ୍ତି । ସେହିପରି ଧନ୍ଦାମୂଳକ ପାଠ୍ୟକ୍ରମରେ ୫ ହଜାର ୮୬୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।

ପ୍ରଥମ ଦିନରେ ଓଡ଼ିଆ ବିଷୟରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯିବା ସହ କୋଭିଡ-୧୯କୁ ନଜରରେ ରଖି ଛାତ୍ରଛାତ୍ରୀଙ୍କ ପାଇଁ ବସିବା ବ୍ୟବସ୍ଥା କରାଯାଇଛି । ଆସନ୍ତା ମେ ୩୧ ଯାଏ ଚାଲିବ ଯୁକ୍ତ ଦୁଇ ପରୀକ୍ଷା । ପରୀକ୍ଷା ପାଇଁ ୧୧୩୩ଟି ପରୀକ୍ଷା କେନ୍ଦ୍ର ଚିହ୍ନଟ କରାଯାଇଥିବାବେଳେ ୨୦୨ଟି ପରୀକ୍ଷା ପରିଚାଳନା ହବ୍‌ ପ୍ରସ୍ତୁତ ହୋଇଛି। ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ କ୍ୟାରିୟର ଗଠନ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.