ରାଜ୍ୟ

ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଲକ ଡାଉନ ସ୍ଥିତି ସମୀକ୍ଷା କଲେ ଓଡିଶା ପୋଲିସ ଡିଜି ଅଭୟ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଗସ୍ତରେ ପୋଲିସ ଡିଜି ଅଭୟ। ସାରା ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ ଖଲିକୋଟରେ ପହଞ୍ଚି ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି DGP। ଖଲିକୋଟ ଥାନା ମଧ୍ୟ ପରିଦର୍ଶନ କରିଛନ୍ତି। ଖଲ୍ଲିକୋଟ ଟୋଲ୍‌ ଗେଟ୍‌ରେ ଓହ୍ଲାଇ ସମୀକ୍ଷା କରିବା ପରେ ଖଲ୍ଲିକୋଟ ଥାନା, ରମ୍ଭା ଥାନା, ଗଞ୍ଜାମ ଥାନା , ଅଷ୍ଟମ ବାଟାଲିୟନ୍‌ ଅଗସ୍ତି ନୂଆଗାଁ ରେ ସମୀକ୍ଷା କରିଛନ୍ତି। ଏହାପରେ ବ୍ରହ୍ମପୁର ଯାଇଥିଲେ। ଗସ୍ତ ଅବସରରେ ସେ ପୋଲିସ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ପଚାରି ବୁଝିଥିଲେ। ଜିଡିଙ୍କ ସହ ପୋଲିସ DIG ସତ୍ୟବ୍ରତ ଭୋଇ, ଗଞ୍ଜାମ ଏସ୍‌ପି ଓ ବ୍ରହ୍ମପୁର ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

3 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

12 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

21 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

37 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

52 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago