Below header

ତୀବ୍ର ହେଲାଣି ପ୍ରାଥମିକ ଶିକ୍ଷକ ଆନ୍ଦୋଳନ, ଆଜିଠୁ ସମୂହ ଛୁଟିରେ ଯିବାକୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଧମକ

ତୀବ୍ର ହେଲାଣି ପ୍ରାଥମିକ ଶିକ୍ଷକ ଆନ୍ଦୋଳନ । ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନିଅନ୍ତୁ ଓ ପ୍ରତିଶ୍ରୁତି ଦିଅନ୍ତୁ ବୋଲି ଦାବି କରିଛନ୍ତି । ନହେଲେ ଆଜିଠୁ ରାଜ୍ୟର ୧ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ସମୂହ ଛୁଟିରେ ଯିବେ । ସ୍କୁଲ ଆସିବେ ନାହିଁ କି ତାଲା ଖୋଲିବେ ନାହିଁ।

ଭୁବନେଶ୍ୱର (କେନ୍ୟୁଜ): ତୀବ୍ର ହେଲାଣି ପ୍ରାଥମିକ ଶିକ୍ଷକ ଆନ୍ଦୋଳନ । ଗତ ଦିନ ଦିନ ହେବ ଆନ୍ଦୋଳନ କରୁଛନ୍ତି ରାଜ୍ୟର ଏକ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ । ଫଳରେ ସ୍କୁଲରେ ପାଠପଢାରେ ଏକପ୍ରକାର ବାଧା ସୃଷ୍ଟି ହେଲାଣି । ଶିକ୍ଷକଙ୍କୁ ଆନ୍ଦୋଳନରୁ ହଟିବା ପାଇଁ ବିଭାଗ ଅପିଲ କରିଥିଲେ ମଧ୍ୟ ନିଜ ଜିଦରେ ଅଟଳ ରହିଛନ୍ତି ଶିକ୍ଷକ । ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନିଅନ୍ତୁ ଓ ପ୍ରତିଶ୍ରୁତି ଦିଅନ୍ତୁ ବୋଲି ଦାବି କରିଛନ୍ତି । ନହେଲେ ଆଜିଠୁ ରାଜ୍ୟର ୧ ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ସମୂହ ଛୁଟିରେ ଯିବେ । ସ୍କୁଲ ଆସିବେ ନାହିଁ କି ତାଲା ଖୋଲିବେ ନାହିଁ।

ଗତ ଶୁକ୍ରବାରଠାରୁ ଗ୍ରେଡ୍ ପେ ବୃଦ୍ଧି, ପୁରୁଣା ପେନ୍ସନ ବ୍ୟବସ୍ଥା ଲାଗୁ ଓ ଠିକା ନିଯୁକ୍ତି ପ୍ରକ୍ରିୟା ଉଚ୍ଛେଦ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛି ପ୍ରାଥମିକ ଶିକ୍ଷକ ମିଳିତ ମଞ୍ଚ । ଆନ୍ଦୋଳନ ପାଇଁ ସ୍କୁଲରେ ତାଲା ପଡ଼ିବା ପରେ ସରକାର ଗତକାଲି ଶିକ୍ଷକ ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି। ଦାବି ସମ୍ପର୍କରେ ୫ ଜଣିଆ ସବ୍ କମିଟି ବି ଗଠନ କରିଛନ୍ତି। କିନ୍ତୁ ଆଲୋଚନା ଏକ ପ୍ରକାର ବିଫଳ ହେବା ପରେ ଷ୍ଟିୟରିଂ କମିଟି ବୈଠକରେ ନିଷ୍ପତ୍ତି ହୋଇଛି ଯେ ଆନ୍ଦୋଳନ ଜାରି ରହିବ। ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ । ଏହା ଦ୍ୱାରା ୪୦ ଲକ୍ଷ ପିଲାଙ୍କ ପାଠପଢା ପ୍ରଭାବିତ ହେବ । ପିଲାଙ୍କ ଯେଉଁ କ୍ଷତି ହେବ ସେଥିପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି କହିଛନ୍ତି ।

ସେପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ସରକାର ଶିକ୍ଷକଙ୍କ ଦାବି ନେଇ ଅବଗତ ଅଛନ୍ତି। ସବୁ ଦିଗକୁ ଦେଖିବା ପରେ ନିଷ୍ପତ୍ତି ହେବ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.