ରାଜ୍ୟ

ଆଜି ରାଜ୍ୟରେ ଆଉ ୧୬୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ମୃତକ ସଂଖ୍ୟା ୧୩୦୦ରୁ ତିନି କମ

ଭୁବନେଶ୍ୱର: ଆଜି ରାଜ୍ୟର ୩୦ ଜିଲ୍ଲା ଓ ଷ୍ଟେଟପୁଲରୁ ୧୬୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମଧ୍ୟରୁ ୯୪୧ ଜଣ ପୂର୍ବରୁ କ୍ଵାରେଣ୍ଟାଇନ ସେଣ୍ଟରରେ ଥିବା ବେଳେ ୬୭୬ ଜଣ ଲୋକାଲ କଣ୍ଟକଟରୁ ସଂକ୍ରମିତ ହୋଇଥିବା ଜଣାଯାଇଛି । ଯେବେକି ଷ୍ଟେଟପୁଲରୁ ୩୬ ଜଣ ଆକ୍ରାନ୍ତ ହୋଇଥିବା ଜଣାଯାଇଛି ।


ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୨ ଲକ୍ଷ ୮୭ ହଜାର ୦୯୯ ଛୁଇଁଥିବା ବେଳେ ୪୪ ଲକ୍ଷ ୬୩ ହଜାର ୫୫୯ ଜଣଙ୍କ ଟେଷ୍ଟ ହୋଇଛି । ଏମଧ୍ୟରୁ ୧୫ ହଜାର ୬୧୯ଟି ଆକ୍ଟିଭ କେଶ ଥିବା ବେଳେ ୨ ଲକ୍ଷ ୭୦ ହଜାର ୧୩୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଯେବେକି ଗତ ୨୪ ଘଣ୍ଟା ଭିତରେ ୨୦୧୫ ଜଣ ସୁସ୍ଥ ହୋଇ ଫେରିଥିବା ନେଇ ରିପୋର୍ଟ ଆସିଛି ।


ଅନ୍ୟପକ୍ଷରେ ଗୋଟିଏ ଦିନ ଭିତରେ ୧୩ ଜଣଙ୍କ ଜୀବନ ନେଇଛି ମାରାତ୍ମକ କରୋନା । ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୨୯୭ ଛୁଇଁଥିବା ଜଣାଯାଇଛି ।


ଏମଧ୍ୟରୁ ଭୁବନେଶ୍ୱରରୁ ୨ ଜଣ ଥିବା ବେଳେ, କଟକରୁ ଦୁଇ ଜଣ, କେଉଁଝରରୁ ଜଣେ, ବାଲେଶ୍ଵରରୁ ଦୁଇ ଜଣ, ଜଗତସିଂହପୁରରୁ ଜଣେ, ସମ୍ବଲପୁରରୁ ଜଣେ, ନୂଆପଡାରୁ ଦୁଇ ଜଣ, ଅନୁଗୁଳରୁ ଦୁଇ ଜଣ ଅଛନ୍ତି ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

2 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

17 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

29 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

30 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago