ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆଉ ୨କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଯାହା ମୋଟ ଆକ୍ରାନ୍ତଙ୍କ ୪୩.୯୧ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୧ ପ୍ରତିଶତ । ସଂକ୍ରମିିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୨୫ ଜଣ । ୨୪ ଘଣ୍ଟାରେ ୫୯ ହଜାର ୪୬୮ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ୍‌ ରହିଛି ୨ହଜାର ୩୧୩ ।

Leave A Reply

Your email address will not be published.