ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧାରୁ ୮୭ ପଜିଟିଭ୍‌ ବାହାରିଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୫.୫୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୩ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୩ ଜଣ । ୨୪ ଘଣ୍ଟାରେ ୫୬ ହଜାର ୧୯୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ହଜାର ୩୫୯ । ଏହାସହିତ ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣଙ୍କର ମୁଣ୍ଡ ନେଇଛି କରୋନା।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୩  ଜଣ, ଗଞ୍ଜାମରୁ ୧ ଜଣ,  ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୮୭ ଜଣ, କୋରାପୁଟରୁ ୧ ଜଣ,  ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରୁ ୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୬୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୮୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.