ଆଜି ପୁଣି ୨୩୯ ପଜିଟିଭ ଚିହ୍ନଟ, ଗଲା ୨ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ଆଜି ୨୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୦ ଓ ସ୍ଥାନୀୟ ଅଞ୍ଚଳରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୭୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୬୭ ରହିଥିବା ବେଳେ ୨ ହଜାର ୩୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହପରି  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୯୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହପରି ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୪ ଜଣ,ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୭ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୨୩ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୭୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.