ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୩ ନୂଆ ପଜିଟିଭ୍‌ ଚିହ୍ନଟ, ଗଲା ୩ ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୬୨ରେ ପହଞ୍ଚିଛି ।

ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୬୫୨ ରହିଥିବା ବେଳେ ୨ ହଜାର ୮୮୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତର ୪୯.୦୪ ପ୍ରତିଶତ । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ଯପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ ଓ ମୟୂରଭଞ୍ଜରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.