Below header

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୫ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ୧୪୧ ନୂଆ କେସ୍‌

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୪୧ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୨.୦୮ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୫୩ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୪୭ ଜଣ । ୨୪ ଘଣ୍ଟାରେ ୬୨ ହଜାର ୬୧୯ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ ହଜାର ୪୦୩ । ଅନ୍ଯପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୧ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୪୧ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୦୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୧୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୪୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.