ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ, ୪ମୃତ
ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧ ପ୍ରତିଶତ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍ ହାର ରହିଛି ୦.୮୯ପ୍ରତିଶତ । ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୪୨୮ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୫୫ ଜଣ ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୪୮ ହଜାର ୮୬ କୋଭିଡ୍ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍ କେସ୍ ରହିଛି ୬ ହଜାର ୨୯୦ ।