ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ, ୩ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଉ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭି ରେଟ୍‌ ରହିଛି ୦.୮୦ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ଯାହାକି ମୋଟ ଆକ୍ରାନ୍ତଙ୍କ ୫୪. ୮୫ ପ୍ରତିଶତ । ୪୪୩ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୫ ଜଣ । ୨୪ ଘଣ୍ଟାରେ ୫୫ ହଜାର ୧୧୫ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ଏବେ ୫ହଜାର ତଳେ ରହିଛି ଆକ୍ଟିଭ୍‌ କେସ୍‌ । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୪ ହଜାର ୯୯୭ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୭ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସେହିପରି ଗତକାଲି ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍‌ର ହୋଇଥିବା ବେଳେ ୧୪୯ଟି ଲୋକାଲ କେସ୍‌ ରହିଥିଲେ।  ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୪୭ଜଣ ରହିଥିଲେ। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ଟି ମାମଲା ସାମ୍ନାକୁ ଆସିଥିଲା।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.