ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୦ ପଜିଟିଭ୍‌ ଚିହ୍ନଟ, ୬୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ଦୁଇ ଦିନ ଧରି ହଜାରେ ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୨୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍‌ ରହିଛି ୧.୪୧ ପ୍ରତିଶତ। ଯାହାକି ଗତକାଲି ଥିଲା ୧.୩୯ ପ୍ରତିଶତ ।

୨୪ ଘଣ୍ଟାରେ ୫୦ ହଜାର ୭୨୭ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୭୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କଟକରୁ ୯୧, ଜଗତସିଂହପୁରରୁ ୩୩ ଓ ଯାଜପୁରରୁ ୨୮ ରହିଛି କରୋନା କେସ୍‌ । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୯ହଜାର ୬୭୨।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.