ରାଜ୍ୟରେ ୧ ପ୍ରତିଶତ ତଳେ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୬୩୦ ପଜିଟିଭ୍‌ ଚିହ୍ନଟ, ୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୧ ପ୍ରତିଶତ ତଳେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୬୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ହାର ରହିଛି ୦.୯୮ ପ୍ରତିଶତ । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ ।

୬୩୦ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୬ ଜଣ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଓ କଟକୁ ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୩ ହଜାର ୮୧୭ କୋଭିଡ୍‌ ଟେଷ୍ଟିଂ ହୋଇଛି। ରଏବେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୨୦ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.