ଆଜି ସର୍ବାଧିକ କରୋନା ନେଲା ଜୀବନ, ୫୯ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ବର୍ତ୍ତମାନ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼,ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି କଟକ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ , ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.