ରାଜ୍ୟ

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ୪ ଓଡ଼ିଆ ଶ୍ରମିକ, ଶ୍ରମ ବିଭାଗ ପକ୍ଷରୁ ସ୍ୱାଗତ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଫେରିଲେ ୪ ଶ୍ରମବୀର। ଉତ୍ତରକାଶୀ ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୪ ଜଣ ଓଡ଼ିଶା ଫେରିଛନ୍ତି। କିଛି ସମୟ ତଳେ ୪ ଜଣ ଭୁବନଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ଶ୍ରମ ବିଭାଗ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି ।

ଏମାନେ ହେଲେ ମୟୂରଭଞ୍ଜ ତିରିଂ ଥାନା କୁଳଡିହା ଗାଁର ରାଜୁ ନାଏକ, ବାଙ୍ଗିରିପୋଷି ବ୍ଲକ ବେଢାକୁରା ଗାଁର ଧୀରେନ ନାଏକ , ଯୋଗୀବନ୍ଧ ଗାଁର ବିଶେଶ୍ବର ନାଏ କ ଓ ନବରଙ୍ଗପୁରର ଭଗବାନ ବତ୍ରା। ରାଜ୍ୟ ଶ୍ରମମନ୍ତ୍ରୀ ଶାରଦା ନାୟକ ଏମାନଙ୍କୁ ବିମାନ ଯୋଗେ ଓଡ଼ିଶା ଆଣିଛନ୍ତି । ରୁଷିକେଶ ସ୍ଥିତ ସମ୍ପକୀୟଙ୍କ ଘରେ ରହିବେ ତପନ ମଣ୍ଡଳ । ଗତ ୨୮ ତାରିଖରେ ଦୀର୍ଘ ୧୭ ଦିନ ପରେ ଏମାନେ ସୁରକ୍ଷିତ ଭାବେ ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିଲେ।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

2 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

5 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago