ଓଡ଼ିଶା ମୋ ପରିବାର ସହାୟତାରେ ଦୁବାଇରୁ କେନ୍ଦ୍ରାପଡ଼ା ଜିଲ୍ଲାକୁ ଫେରିଲା ପାର୍ଥିବଶରୀର

କେନ୍ଦ୍ରାପଡ଼ା (କେନ୍ୟୁଜ): କେନ୍ଦ୍ରାପଡ଼ା ଜିଲ୍ଲା କପାଳେଶ୍ଵର ଅନ୍ତର୍ଗତ ଗରାପୁର ଅଞ୍ଚଳର ୪୧ବର୍ଷିୟ ଶେଖ୍ ସାଜିଦ ଗତ ୨୦୧୮ ମସିହାରୁ ଦୁବାଇରେ ରହି ଏକ ଘରୋଇ କମ୍ପାନୀରେ କାମ କରୁଥିଲେ । ଗତ ଏପ୍ରିଲ ୯ ତାରିଖରେ ହୃଦ୍-ଘାତରେ ପୀଡ଼ିତ ହୋଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଦୁର୍ଭାଗ୍ୟବଶତଃ, ଚିକିତ୍ସା ଚାଲିଥିବା ସମୟରେ ହିଁ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଥିଲେ । ପରେ ସେଠାକାର ସରପଞ୍ଚଙ୍କର ପୁଅ ଶ୍ରୀ ଲୋହିତ କୁମାର ମହାନ୍ତି ଓଡ଼ିଶା ମୋ ପରିବାରକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ ଓ କେନ୍ଦ୍ରାପଡ଼ା ବିଧାୟକ ଶ୍ରୀଯୁକ୍ତ ଶଶୀ ଭୂଷଣ ବେହେରା ମଧ୍ୟ ଏଥିପାଇଁ ସୂଚିତ କରିଥିଲେ । ସୂଚନା ପାଇବା ପରେ ଓଡ଼ିଶା ମୋ ପରିବାର ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଥିଲା ।

ଭାରତୀୟ ଦୂତରାଷ୍ଟ୍ର ଡଃ. ଅମନ୍ ପୁରିଙ୍କ ସହିତ ଯୋଗାଯୋଗ କରି ସଙ୍ଗେସଙ୍ଗେ ତାଙ୍କୁ ଦୁବାଇସ୍ଥିତ ଡାକ୍ତରଖାନାରେ ପୋଷ୍ଟମୋର୍ଟମ ପ୍ରକ୍ରିୟାରେ ସମସ୍ତ ସାହାଯ୍ୟ କରିବା ସହିତ ନ୍ୟାୟିକ ପ୍ରକ୍ରିୟାରେ ସଂଯୋଜନା କରି ପାର୍ଥିବଶରୀରକୁ ଓଡ଼ିଶା ପଠାଇବାର ସମସ୍ତ ବ୍ୟବସ୍ଥା କରିଥିଲେ । ପାର୍ଥିବଶରୀର ଓଡ଼ିଶା ପହଞ୍ଚିବା ପରେ ଓଡ଼ିଶା ମୋ ପରିବାର ପ୍ରତିନିଧିମାନେ ଭୁବନେଶ୍ୱର ଆନ୍ତର୍ଜାତୀୟ ବିମାନବନ୍ଦରରେ ଉପସ୍ଥିତ ରହି ପରିବାର ବର୍ଗଙ୍କୁ ସାନ୍ତ୍ଵନା ଦେବା ସହ ସାଜିଦଙ୍କ ମୃତ ଶରୀର ତାଙ୍କ ଗ୍ରାମକୁ ପଠାଇବାର ସମସ୍ତ ବ୍ୟବସ୍ଥା କରିଥିଲେ ।

ଯେହେତୁ ସେ ପରିବାରର ଏକମାତ୍ର ରୋଜଗାରକ୍ଷମ ସଦସ୍ୟ ଥିଲେ, ପରିବାରର ଭବିଷ୍ୟତକୁ ନଜରରେ ରଖି ଓଡ଼ିଶା ସରକାରଙ୍କ ପକ୍ଷରୁ ଓଡ଼ିଶା ମୋ ପରିବାର ମାଧ୍ୟମରେ ତାଙ୍କୁ ୩୦୦୦୦/-ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ସହିତ ଆଗାମୀ ଦିନରେ ଜୀବିକା ନିର୍ବାହ ପାଇଁ ସହାୟତା ଯୋଗାଇ ଦେବାକୁ ଓଡ଼ିଶା ମୋ ପରିବାରର ଆବାହକ ପ୍ରତିଶୃତି ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.