ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ସାହିତ୍ୟଏକାଡେମୀର ପୂର୍ବତନ ସଭାପତି ତଥା ସମୟର ସମ୍ପାଦକ ଥିଲେ । ସକାଳ ୮ଟା ସମୟରେ ଭୁବନେଶ୍ୱର ଠାରେ ପରଲୋକ ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ସାହିତ୍ୟଏକାଡେମୀର ପୂର୍ବତନ ସଭାପତି ତଥା ସମୟର ସମ୍ପାଦକ ଥିଲେ । ସକାଳ ୮ଟା ସମୟରେ ଭୁବନେଶ୍ୱର ଠାରେ ପରଲୋକ ହୋଇଛି ।

୧୯୩୦ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ୨୦୨୪ ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ସାହିତ୍ୟିକ ଓ ସମ୍ପାଦକ ଥିଲେ ।ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଓ ଆତ୍ମଜୀବନୀ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ସେ ଲେଖନୀ ଚାଳନା କରିଥିଲେ । ସେ ଭାରତୀୟ ରେଳସେବାରୁ ଅବସର ନେଇଥିଲେ । ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଓ ସମୟ ଖବରକାଗଜର ସମ୍ପାଦକଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ୧୯୮୫ମସିହାରେ “ଭୁବନେଶ୍ୱର ପୁସ୍ତକ ମେଳା” ଆରମ୍ଭ କରିବାରେ ସେ ଥିଲେ ଅନ୍ୟତମ ଉଦ୍ୟୋକ୍ତା ।

ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତାବହି ପ୍ରକାଶ ପାଇସାରିଛି । କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ । ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ “ବ୍ୟାକୁଳ ହୃଦୟ” ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା ।