Categories: ରାଜ୍ୟ

ଶକ୍ତି ସଂରକ୍ଷଣ କ୍ଷେତ୍ରରେ କିସ୍‌ ରାଜ୍ୟର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ

ଭୁବନେଶ୍ବର(କେନ୍ୟୁଜ୍) : ଶକ୍ତି ସଂରକ୍ଷଣ କ୍ଷେତ୍ରରେ ରାଜ୍ୟ ସରକାର କିସ୍‌କୁ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ପୁରସ୍କୃତ କରିଛନ୍ତି । ଗତକାଲି ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ରାଜ୍ୟ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା କିସ୍‌କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଶକ୍ତି ସଂରକ୍ଷଣ କ୍ଷେତ୍ରରେ କାର‌୍ୟ୍ୟ କରୁଥିବା ରାଜ୍ୟ ନୋଡାଲ ଏଜେନ୍ସୀ ପକ୍ଷରୁ ଶକ୍ତି ସଂରକ୍ଷଣର ବିଭିନ୍ନ ଦିଗକୁ ନେଇ ରାଜ୍ୟର ବିଭିନ୍ନ ଅନୁଷ୍ଠାନରେ ସର୍ବେକ୍ଷଣ କରାଯାଇଥିଲା । ଶକ୍ତି ସଂରକ୍ଷଣ କ୍ଷେତ୍ରରେ କେଉଁ କେଉଁ ଅନୁଷ୍ଠାନ କଣ କଣ ପଦକ୍ଷେପ ନେଇ ଉଦାହରଣ ସୃଷ୍ଟି କରିଛନ୍ତି ତାହାକୁ ଭିତ୍ତିକରି ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ବିଦ୍ୟୁତ ଶକ୍ତି ଅପଚୟ ରୋକିବା, ବିଦ୍ୟୁତ ଶକ୍ତି ସଂରକ୍ଷଣ, କମ ବିଦ୍ୟୁତ ଶକ୍ତି ବ୍ୟବହାରେ ଅଧିକ ଉପଯୋଗିତା ପାଇଁ ଆବଶ୍ୟକ ବିଦ୍ୟୁତ ଉପକରଣ ବ୍ୟବହାର କ୍ଷେତ୍ରରେ କିସ୍‌ ରାଜ୍ୟରେ ଶ୍ରେଷ୍ଠ ଅନୁଷ୍ଠାନ ରୂପେ ବିବେଚିତ ହୋଇଛି । ଏଥିରେ ସନ୍ତୋଷ ପ୍ରକାଶ କରି କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ କହିଛନ୍ତି ବିଦ୍ୟୁତ ସଂରକ୍ଷଣ ଓ ଅପଚୟ ରୋକିବା ଦିଗରେ କିସ୍‌ ଓ କିଟ୍‌ରେ ଅନେକ ଗୁଡିଏ ପଦକ୍ଷେପ ନିଆଯାଇଛି । ବର୍ତ୍ତମାନ ସମୟରେ ଶକ୍ତି ସଂରକ୍ଷଣ ଅପରିହାର‌୍ୟ୍ୟ ହୋଇପଡିଛି । ଏ ଦିଗରେ ସମସ୍ତେ ସଚେତନ ହେବା ଆବଶ୍ୟକ ରହିଛି ।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

4 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

17 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

17 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago