Categories: ରାଜ୍ୟ

ଆଜିଠୁ ପୁରୀ-କୋଣାର୍କ ରୋଡ୍‌ ରାମଚଣ୍ଡୀ ମୁହାଣରେ ଅନୁଷ୍ଠିତ ହେବ ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ କରିବେ ଉଦ୍‌ଘାଟନ

ପୁରୀ: ତମ୍ବୁରେ ମିଳିବ ତାରକା ହୋଟେଲ ପରି ସୁବିଧା । ଆଜିଠୁ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ୍ ରାମଚଣ୍ଡୀ ମୁହାଣରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବ ମେରାଇନ୍ ଡ୍ରାଇଭ୍ ଇକୋ ରିଟ୍ରିଟ୍ । ଆଜିଠୁ ଆରମ୍ଭ ହେଉଥିବା ଏହି କାର୍ଯ୍ୟକ୍ରମ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମ ପାଇଁ ଖର୍ଚ୍ଚ ହେବ ୪.୮୨ କୋଟି ଟଙ୍କା । ଉତ୍ସବ ସ୍ଥଳୀକୁ ତିନିଟି ଭାଗରେ ବିଭକ୍ତ କରାଯାଇଛି । ଗୋଟିଏ ପାଖରେ ସର୍ବସାଧାରଣ, ଅନ୍ୟ ପାଖରେ କଟେଜ୍‌ରେ ରହିବା ପାଇଁ ବୁକିଂ କରିଥିବା ଅତିଥି ରହିବେ । ସେହିପରି ଅନ୍ୟ ଏକ ପାଖରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ମଣ୍ଡପ ହୋଇଛି । ଅତିଥିଙ୍କ ରହଣୀ ପାଇଁ ୫୦ଟି କଟେଜ୍ ନିର୍ମାଣ କରାଯାଇଛି ।

ଏଠାରେ ସମସ୍ତ ଅତ୍ୟାଧୁନିକ ସୁବିଧା ମିଳିପାରିବ । ଏହାର ଦର ୯ ହଜାର ଟଙ୍କାରୁ ଆରମ୍ଭ ହୋଇ ୨୨ ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି । ୪ଟି ନୂଆ ରେସ୍ତୋରାଁ ଓ ବାର ମଧ୍ୟ ନିର୍ମାଣ କରାଯାଇଛି । ସେହିପରି ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ ଖାଇବାକୁ ମିଳିବ । ସଂଧ୍ୟାରେ କଟେଜ୍ ଅତିଥିଙ୍କ ପାଇଁ ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ପ୍ରତି ଶନିବାର ଷ୍ଟାର ନାଇଟ୍ ହେବ । ବଲିଉଡ୍ କଣ୍ଠଶିଳ୍ପୀ ଓ ରକ୍ ବ୍ୟାଣ୍ଡ ଏଥିରେ ଯୋଗଦେବେ । ସେହିପରି ସ୍ଥାନୀୟ ଲୋକଙ୍କ ପ୍ରବେଶ ପାଇଁ ୫୦ ଟଙ୍କା ଟିକେଟ୍ ରହିଛି ।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

26 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

27 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

34 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

39 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

57 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago