୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର(କେନ୍ୟୁଜ୍‌): ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । କାଲି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୬ ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ରାଜ୍ୟରେ ଜୁନ ୧ରୁ ଏପର୍ଯ୍ୟନ୍ତ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହେଇଛି l ୧୨ ଜିଲ୍ଲାରେ ସ୍ୱାଭାବିକ, ୧୬ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଲେଖାଏଁ ଜିଲ୍ଲାରେ ଅଧିକ ଓ କମ ବର୍ଷା ରେକର୍ଡ କରାଯାଇଛି ।