Below header

ଆଜିଠୁ ତାତିରେ ଲାଗିବ ବ୍ରେକ୍, କାଳବୈଶାଖୀ ବର୍ଷା ଆଣିବ ସାମାନ୍ୟ ଆଶ୍ବସ୍ତି

ଆଜିଠୁ ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ସାମାନ୍ୟ ଆଶ୍ବସ୍ତି । ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଆଜି ପାଇଁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ଥିବାରୁ ଆରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ସାମାନ୍ୟ ଆଶ୍ବସ୍ତି । ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଆଜି ପାଇଁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ଥିବାରୁ ଆରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ୮ ତାରିଖରେ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଗତକାଲି ୪ଟି ସହରର ପାରଦ ୪୩ ଡିଗ୍ରୀ ସେଲସିୟସ୍ ଛୁଇଁଥିଲା। ଅନୁଗୁଳ ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ଏଠାରେ ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.