ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା, ୨୪ ଘଣ୍ଟାରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ

ଅନୁଗୁଳ: ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ। ସ୍ୱଭାବିକ ତାପମାତ୍ରା ଠାରୁ ଯଥେଷ୍ଟ ତଳକୁ ଖସିଛି ପାରଦ। ଗତ ୨୪ ଘଣ୍ଟାରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ରାତିର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ୪ ଡିଗ୍ରି ସେଲସିୟମ ରେକର୍ଡ କରାଯାଇଛି।

ଅନୁଗୁଳ ଠାରେ ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୭.୨ ଡିଗ୍ରି ସେଲସିୟସ କମ ରହିଥିଲା। ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଆଗାମୀ ୨୪ଘଣ୍ଟାରେ ୪ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ଅନୁଗୁଳକୁ ପ୍ରବଳ ଶୀତ ଲହରୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜରାଯାଇଛି।

Fog୧୦ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ରୁ ୪ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୪ ଡିଗ୍ରି ସେଲସିୟସ କମ ରହିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.