ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା ମିଳିଛି ।

ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏହାର ପ୍ରଭାବରେ ୭ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ୭ ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ରହିଛି । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.