Below header

କାଳବୈଶାଖୀ କମାଇଲା ତାତି, ଆଜିଠୁ ବଢ଼ିବ ବର୍ଷାର ବିସ୍ତୃତି

କାଳବୈଶାଖୀ କମାଇଲା ତାତି । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଆଶ୍ବସ୍ତି । ଆଜିଠୁ ବର୍ଷାର ବିସ୍ତୃତି ବଢ଼ିବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟ ନ୍ତ ଦିନ ତାପମାତ୍ରା ଅନେକ ସ୍ଥାନରେ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଓ ଓଡ଼ିଶା ଉପର ଦେଇ ଲମ୍ବିଥିବା ଟ୍ରାପ ଲାଇନ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହୋଇଛି ।

ଭୁବନେଶ୍ୱର (କେନ୍ୟୁଜ): କାଳବୈଶାଖୀ କମାଇଲା ତାତି  । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଆଶ୍ବସ୍ତି ।  କିଛି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି । ଟୁଇନ ସିଟି ସମେତ ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।  ବର୍ଷା ଓ ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡି ପଡ଼ିଛି ।  ଭୁବନେଶ୍ବରରେ କାଳବୈଶାଖୀ ବେଳେ ଘଣ୍ଟାପ୍ରତି ୯୧ କିମି ବେଗରେ ପବନ ବହିଛି ।  ଆଜିଠୁ ବର୍ଷାର ବିସ୍ତୃତି ବଢ଼ିବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।  ଆସନ୍ତା ୩ରୁ ୪ ଦିନ ପର୍ଯ୍ୟ ନ୍ତ ଦିନ ତାପମାତ୍ରା ଅନେକ ସ୍ଥାନରେ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ।  ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଓ ଓଡ଼ିଶା ଉପର ଦେଇ ଲମ୍ବିଥିବା ଟ୍ରାପ ଲାଇନ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହୋଇଛି ।

୯ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ଓ ବର୍ଷା ନେଇ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବର୍ଷା,ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ଆଜି ଗଞ୍ଜାମ, ଗଜପତି, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୮ ଏବଂ୯ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।  ଏହି ସମୟ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗଘଣ୍ଟା ପ୍ରତି ୪୦ ରୁ ୫୦ କିମି ରହିବ । ଫଳରେ ସମୁଦ୍ର ଅଶାନ୍ତ ଯୋଗୁ ୬ ରୁ ୮ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.