ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ଯର ଉପକୂଳବର୍ତ୍ତୀ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଶେଷକରି ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ଫୁଲବାଣୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ସେଲସିୟସ୍ ସୁନ୍ଦରଗଡ଼ ଠାରେ ରେକର୍ଡ କରା ଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.