Below header

ଡରାଇଲାଣି ଖରା : ଆଜିଠୁ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ଆଜିଠୁ ଦୁଇ ଦିନ ବଢିବ ତାତି । ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ତାପମାତ୍ରା ବୃଦ୍ଧି ପାଇବ । ଏହି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ହେବ ତାତି । ୫ ତାରିଖ ଯାଏ ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଦୁଇ ଦିନ ବଢିବ ତାତି । ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏ ତାପମାତ୍ରା ବୃଦ୍ଧି ପାଇବ । ଏହି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ହେବ ତାତି । ୫ ତାରିଖ ଯାଏ ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି । କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ୍ ଲାଗିବ ନାହିଁ । ରାଜ୍ୟରେ ୮ ସହରରେ ପାରଦ ୩୬ ଡିଗ୍ରୀ ସେଲସିୟସ୍ ଉପରେ ରହିଛି । ଗତକାଲି ୩୭ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ମାଲକାନଗିରି । ସେହିପରି ଭୁବନେଶ୍ବର ଓ ପାରଳାଖେମୁଣ୍ଡିରେ ତାପମାତ୍ରା ଥିଲା ୩୬.୮ ଡିଗ୍ରୀ ସେଲସିୟସ୍ ।

ତେବେ ଦ୍ବିତୀୟ ସପ୍ତାହ ଶେଷ ବେଳକୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଆକଳନ କରାଯାଇଛି । ଆଇଏମ୍ଡିର ସିଜିନାଲ ଫୋରକାଷ୍ଟ ଅନୁସାରେ ଚଳିତବର୍ଷ ମାର୍ଚ୍ଚ ମାସରୁ ଆରମ୍ଭ କରି ମେ ମାସ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ତାତି ଅନୁଭୁତ ହେବ । ଏଲନିନୋ ପ୍ରଭାବ ଅଧିକ ରହୁଥିବାରୁ ଅଧିକ ତାତି ଅନୁଭୁତ ହେବ । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.