ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ: କାଲିଠୁ ବଢିବ ଶୀତ! ଆସନ୍ତା ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକା ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): କାଲିଠୁ ବଢିବ ଶୀତ! ଓଡ଼ିଶା ମଧ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ଯୋଗୁ ଶୀତ ବଢ଼ିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟମରୁ ଘନ କୁହୁଡ଼ି ହୋଇପାରେ ।

ଘନ କୁହୁଡ଼ି ପାଇଁ କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୮ରୁ କିଛି ଜିଲ୍ଲାରେ ସର୍ବନିମ୍ନ ତାପମାତ୍ର ଖସିବ । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୩ ଦିନ ମଧ୍ୟରେ ରାତି ତାପମାତ୍ରାରେ ୩ରୁ ୫ଡିଗ୍ରୀ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.