ରାଜ୍ୟ

କିଟ୍‌ ବିଶ୍ୱବିଦ୍ୟାଳୟକୁ ଏସିଆ ଏଜୁକେସନ୍‌ ପୁରସ୍କାର ୨୦୨୨ ପ୍ରଦାନ

ଭୁବନେଶ୍ୱର(କେନ୍ୟୁଜ୍): କିଟ୍‌ ବିଶ୍ୱବିଦ୍ୟାଳୟକୁ ଏସିଆ ଏଜୁକେସନ୍‌ ପୁରସ୍କାର ୨୦୨୨ ପ୍ରଦାନ କରାଯାଇଛି । ଶୁକ୍ରବାର ବାଙ୍ଗାଲୋରରେ ଏସିଆ ଟୁଡେ ରିସର୍ଚ୍ଚ ଓ ମିଡ଼ିଆ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ଅନୁପସ୍ଥିତିରେ କିଟ୍‌ ପ୍ରତିନିଧି ସସ୍ମିତା ରାଉତ କର୍ଣ୍ଣାଟକ ରାଜ୍ୟପାଳ ଥାୱାର ଚାନ୍ଦ ଗେହଲଟଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ । ‘ବେଷ୍ଟ ୟୁନିଭର୍ସିଟି ଉଇଥ୍‌ ଏକସେଲେଣ୍ଟ ପ୍ଲେସମେଣ୍ଟ ଆଣ୍ଡ କ୍ୟାମ୍ପସ୍‌ ଇନ୍‌ ଇଣ୍ଡିଆ’ ବର୍ଗରେ କିଟ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍‌ ବିଶ୍ୱବିଦ୍ୟାଳୟର ଦେଶବ୍ୟାପୀ ସୁନାମ ରହିଛି ।

ଆରମ୍ଭରୁ କିଟ୍‌ ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ ଦେଇ ଆସିଛି ଓ ଏହା ସହ କିଟର ଛାତ୍ରଛାତ୍ରୀମାନେ ଯେଭଳି ଉପଯୁକ୍ତ ଶୈକ୍ଷିକ ପରିବେଶରେ ପଢିବେ ଏବଂ ଭଲ ପ୍ଲେସମେଣ୍ଟ ପାଇବେ ସେଥିପାଇଁ କିଟ୍‌ ସର୍ବଦା ଯତ୍ନବାନ ରହିଆସିଛି । ଏହାକୁ ଭିତ୍ତିକରି ଦେଶର ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ସୁନ୍ଦର କ୍ୟାମ୍ପସ୍‌ ଓ ଶ୍ରେଷ୍ଠ ପ୍ଲେସମେଣ୍ଟ ପାଇଁ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ଏସିଆ ଟୁଡେ ରିସର୍ଚ୍ଚ ଓ ମିଡ଼ିଆ ପ୍ରତିବର୍ଷ ବିଭିନ୍ନ ଗବେଷଣା ଓ ଆନାଲିସିସ୍‌ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଥିବା ଅନୁଷ୍ଠାନକୁ ଏହି ପୁରସ୍କାର ପ୍ରଦାନ କରିଥାନ୍ତି । ଏହି ପୁରସ୍କାର ପାଇଁ କିଟ୍‌କୁ ମନୋନୀତ କରିଥିବାରୁ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଏସିଆ ଟୁଡେକୁ ଧନ୍ୟବାଦ ଜଣାଇବା ସହ କିଟର ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କର୍ଣ୍ଣାଟକ ବିଧାନସଭା ଅଧ୍ୟକ୍ଷ ବାସବରାଜ ହୋରାଟ୍ଟୀ, କର୍ଣ୍ଣାଟକ ବୃହତ ଓ ମଧ୍ୟମ ଶିଳ୍ପ ବିଭାଗ ମନ୍ତ୍ରୀ ଡ. ମୃଗେଶ ରୁଦ୍ରପ୍ପା ନିରାନୀ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ କର୍ଣ୍ଣାଟକ ବିଧାନସଭା ଅଧ୍ୟକ୍ଷ ବାସବରାଜ ହୋରାଟ୍ଟୀ, କର୍ଣ୍ଣାଟକ ବୃହତ ଓ ମଧ୍ୟମ ଶିଳ୍ପ ବିଭାଗ ମନ୍ତ୍ରୀ ଡ. ମୃଗେଶ ରୁଦ୍ରପ୍ପା ନିରାନୀ ପ୍ରମୁଖ ଉପସ୍ଥିତ ଥିଲେ ।

Sonalisa

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

8 mins ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

2 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

2 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

4 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

5 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

6 hours ago