ରାଜ୍ୟ

ଶପଥ ଗ୍ରହଣ କଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ବିଜେପି ସରକାରର ଶପଥ ଗ୍ରହଣ ସମାରୋହ। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ଏହି ସମାରୋହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିବା ବେଳେ ଭିଭିଆଇଙ୍କ ଭିଡ଼ ଜମିଛି । ଭୁବନେଶ୍ୱର ଜନତା ମଇଦାନରେ ଶପଥ ପାଠ କରିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ରଘୁବର ଦାସ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଶପଥ ନେଇଛନ୍ତି। ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି ।

ଓଡ଼ିଶା ଇତିହାସରେ ପ୍ରଥମର ପାଇଁ ଜନତା ମୈଦାନରେ ଆୟୋଜିତ ହୋଇଛି ଶପଥ ଗ୍ରହଣ ଉତ୍ସବ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ପରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago