ବିଶିଷ୍ଟ ହିନ୍ଦୁସ୍ଥାନୀ ଓ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକ

କେନ୍ୟୁଜ୍(ବ୍ୟୁରୋ):  ବିଶିଷ୍ଟ ହିନ୍ଦୁସ୍ଥାନୀ ଓ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକ । ଗତ ରାତିରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଉଡ୍ର ପଦ୍ଧତ୍ତୀୟ ସଙ୍ଗୀତର ଗବେଷଣା ଓ ପ୍ରଚାର କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ରହିଛି ।

୨୦୧୩ରେ ସେ ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଟ୍ଵିଟ କରି ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଉଡ୍ର ପଦ୍ଧତ୍ତୀୟ ସଙ୍ଗୀତର ଗବେଷଣା ଓ ପ୍ରଚାର ପ୍ରସାର କ୍ଷେତ୍ରରେ ନିଜର ଅବଦାନ ପାଇଁ ପଣ୍ଡିତ ଦାମୋଦର ହୋତା ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.